ଓଡିଶା

୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

(ଭୁବନେଶ୍ୱର) : ଆଜି ରାଜ୍ୟର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସୂଚନାନୁଯାୟୀ , ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି । ରାଜ୍ୟରେ ଧୀରେଧୀରେ ତାପମାତ୍ରା ବଢ଼ିବ ବୋଲି ସେ ଆକଳନ କରିଛନ୍ତି । ମାର୍ଚ୍ଚ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସେ ଆକଳନ କରିଛନ୍ତି ।

Related posts

ଦେଶରେ କରୋନା ଆକ୍ରାନ୍ତ ୨୪୫୦୬, ମୃତ ୭୭୫

mahabharatanews

ହାଜତ ମୃତ୍ୟୁରେ ବଦଳିଲେ ତଦନ୍ତକାରୀ ଅଫିସର

mahabharatanews

୩୧ରେ କେରଳ ଛୁଇଁବ ମୌସୁମୀ

mahabharatanews