(ଭୁବନେଶ୍ୱର) : ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିଛି। ଆାସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିମଧ୍ୟରୁ ୧୨ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା କାରଣରୁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସୂଚନାନୁଯାୟୀ, ରାଜ୍ୟର କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।