ଓଡିଶାପାଣିପାଗ

ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଏନଏଚ ୧୬ରେ ଜଳବନ୍ଦୀ ପାଇଁ ଟ୍ରାଫିକ୍ ଜାମ ରହିଛି । ଯାତାୟତରେ ଅସୁବିଧା ଭୋଗୁଛନ୍ତି ଲୋକେ । ଟ୍ୱିନ ସିଟିରେ ୩ ଘଂଟା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ହାଲୁକାରୁ ମଧ୍ମଧରଣର ବର୍ଷା ଲାଗିରହିବା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଭାଗର ସୂଚନା ଅନୁଯାୟୀ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Related posts

ହିଞ୍ଜିଳି ଆସନରୁ ନାମାଙ୍କନ ପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

mahabharatanews

ରାଜ୍ୟରେ ଆଉ ୭ ଜଣଙ୍କ କରୋନାରେ ମୃତ୍ୟୁ ପରେ ମୋଟ ସଂଖ୍ୟା ୧୫୪

mahabharatanews

ମାସ୍କ ପିନ୍ଧିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

mahabharatanews