ଓଡିଶା

କରୋନା ଭୟରେ ପାଖକୁ ଆସିଲେନି, ଟ୍ରଲିରେ ବୁହା ହେଲା ଶବ

(ରଜନୀକାନ୍ତ ପାତ୍ର/ହିଞ୍ଜିଳି): ସାରା ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢିବାରେ ଲାଗିଛି । ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର ଓ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି । ଏହି ମହାମାରୀ ଯୋଗୁ ଏଠାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ତେବେ ଜିଲ୍ଲାରେ କରୋନାର ତାଣ୍ଡବ ଲୀଳା ଚାଲିଥିବା ବେଳେ କିଛି ହୃଦୟ ବିଦାରକ ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଛି । ଜିଲ୍ଲା ଅନ୍ତର୍ଗତ ବୁଗୁଡା ସହରରେ ଆଜି ଏକ ଦୁଃଖଦ ଘଟଣା ଘଟିଛି । ଏଠାରେ ସନ୍ୟାସୀ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କର ଆଜି ସକାଳେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପାଖକୁ କେହି ଆସି ନଥିଲେ । ଗତ କିଛି ଦିନ ଧରି ତାଙ୍କୁ ଜ୍ୱର ହୋଇଥିବା ବେଳେ ଆଜି ତାଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ କରୋନା ଭୟରେ ସାହି ପଡିଶା ଲୋକେ ମଧ୍ୟ ସାହାଯ୍ୟ ପାଇଁ ଆଗେଇ ଆସି ନଥିଲେ । ଫଳରେ ବାଧ୍ୟ ହୋଇ ମୃତକଙ୍କ ପରିବାର ଲୋକେ ଏକ ଟ୍ରଲି ସାହାଯ୍ୟରେ ଶବକୁ ସଂସ୍କାର ପାଇଁ ନେଇଥିଲେ । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।

Related posts

ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ

mahabharatanews

ସହିଦ ଯବାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି, ଘୋଷଣା କଲେ ୨୫ ଲକ୍ଷ ଟଙ୍କା ଲେଖା ଅନୁକମ୍ପା ରାଶି

mahabharatanews

ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ୧୬ ଜିଲ୍ଲାରେ କାଳ ବୈଶାଖୀ ସହ ବଜ୍ରପାତ ସମ୍ଭାବନା

mahabharatanews