ଓଡିଶା

ଗଞ୍ଜାମରୁ ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ

(ହିଞ୍ଜିଳି/ରଜନୀକାନ୍ତ ପ୍ରଧାନ): ଗଞ୍ଜାମ ଜିଲ୍ଲାରେ ଗତକାଲି ଆଉ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୬୫୮ ଜଣ ସୁସ୍ଥ ହୋଇ ଥିବାବେଳେ ୨୨୭ ଜଣଙ୍କ ଚିକିତ୍ସାଧୀନ ଅଛନ୍ତି। ୬ ଜଣଙ୍କ ମୃତ୍ୟୁ ଘଟିଛି।ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୦ ଜଣ କରୋନା ଯୋଦ୍ଧା ଅଛନ୍ତି। ସେମାନଙ୍କ ମଧ୍ୟରେ ଛତ୍ରପୁରର ଜଣେ, ଚିକିଟିରୁ ୨ଜଣ, ଗଞ୍ଜାମରୁ ଜଣେ, ପୋଲସରାରୁ ୩ଜଣ, ରଙ୍ଗେଇଲୁଣ୍ଡାରୁ ଜଣେ ଓ ଭଞ୍ଜଗନରରୁ ଜଣେ ଅଛନ୍ତି। ସମସ୍ତ ୩୮ କରୋନା ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Related posts

ପବିତ୍ର ଜନ୍ମାଷ୍ଟମୀ ଅବସରରେ ନୟାପଲ୍ଲୀରେ ବୃକ୍ଷରୋପଣ

mahabharatanews

କ୍ୟାରମ ଖେଳୁଥିବା ବେଳେ ହଠାତ୍‌ ଛାତରୁ ଡେଇଁ ପଡିଲେ ଫାୟାରମ୍ୟାନ୍‌

mahabharatanews

ନବ ଚରଣ ମାଝୀଙ୍କୁ ନିର୍ବାଚନ ପ୍ରମାଣପତ୍ର ପ୍ରଦାନ କଲେ ଜିଲ୍ଲା ନିର୍ବାଚନ ଅଧିକାରୀ

mahabharatanews