ଓଡିଶା

ସାବଧାନ ! ରାତି ପାହିଲେ ଖୋଲିବ ଗେଟ

(ହୀରାକୁଦ):  ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ଲଘୁଚାପକୁ ଦୃଷ୍ଟିରେ ରଖି ଛତିଶଗଡ଼ ସରକାର କେଲା ଓ କଲମା ଡ୍ୟାମର ସବୁ ଗେଟ୍ ଖୋଲିଦେଇଛି । ଏହା ପରେ ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍ ରେ ଜଳସ୍ତର ବୃଦ୍ଧିପାଇବାରେ ଲାଗିଛି । ହୀରାକୁଦର ଜଳଧାରଣା କ୍ଷମତା ୬୩୦ ଫୁଟ ଥିବା ବେଳେ, ଏବେ ୬୨୪.08 ଫୁଟରେ ପହଞ୍ଚିଛି ଜଳସ୍ତର ।  ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବା ନେଇ ନିଷ୍ପତ୍ତି ନେଇଛି । ରବିବାର ସକାଳ ୯ଟା ବେଳେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏ ନେଇ ତଳିଆ ଅଞ୍ଚଳକୁ ସତର୍କ କରିଛନ୍ତି ହୀରାକୁଦ କର୍ତ୍ତୃପକ୍ଷ ।

ସୂଚନାନୁଯାୟୀ , ହୀରାକୁଦ ଡ୍ୟାମ ଏହାର ୫ ଟି ଗେଟ୍ ଖୋଲିବ । ସ୍ଥିତିକୁ ଦେଖି ଆଗାମୀ କେତୋଟି ଗେଟ୍ ଖୋଲାଯିବ ଜଣାପଡିବ ବୋଲି ମୁଖ୍ୟଯନ୍ତ୍ରୀ କହିଛନ୍ତି । ହୀରାକୁଦ ବନ୍ୟା ଜଳ ଛଡ଼ାଯିବା ପୂର୍ବରୁ ଡ୍ୟାମ୍ କର୍ତ୍ତୃପକ୍ଷ ସମ୍ବଲପୁର, ହୀରାକୁଦ ଓ ବୁର୍ଲାରେ ସତର୍କ କରାଇଛନ୍ତି । ଆଗକୁ ବର୍ଷା ସମ୍ଭାବନା ଯୋଗୁଁ ଜଳ ସମ୍ପଦ ବିଭାଗର ଗ୍ରାଉଣ୍ଡରେ ଥିବା ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ସମ୍ବେଦନଶୀଳ ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି ।

Related posts

ଗାଁ ରାସ୍ତାରେ ଶାବଳରେ ଆକ୍ରମଣ କରି ଦୁଇ ଜଣଙ୍କ ଜୀବନ ନେଲା

mahabharatanews

ଡାକ୍ତର ହେବତ ଏମିତି, ଡାକ୍ତର ରୂପରେ ଭଗବାନ

mahabharatanews

ପ୍ରବାଦ ପୁରୁଷ ବିଜୁବାବୁଙ୍କ ଶ୍ରାଦ୍ଧ ଉତ୍ସବ ନିରାଡମ୍ବର ରୂପେ ପାଳନ କରିବାକୁ ମଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

mahabharatanews