ଓଡିଶା

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି

କଟକ: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି । ଗିକାରି ରାଜଧାନୀ ଭୁବନେଶିବର ରମାଦେବୀ ମହା ବିଦ୍ୟାଳୟରେ ଯୋଗ ଦେଇଥିଲେ । ଆଜି ଲିଙ୍ଗରାଜ ମନ୍ଦିରରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରି କଟକର ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି । ଏହି କାର୍ୟ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି । ୧୧ରୁ ୧୪ତାରିଖ ଯାଏ ୪ ଦିନ ଧରି ଚାଲିବାକୁ ଥିବା ରାଇସ କଂଗ୍ରେସରେ ଦେଶ ବିଦେଶରୁ ପ୍ରାୟ ୩୫୦ ଜଣ କୃଷି ବୈଜ୍ଞାନିକ ମଧ୍ୟ ଯୋଗ ଦେଇଛନ୍ତି। ଫିଲିପାଇନ୍ସ, ଆଫ୍ରିକା ସମେତ କେତେକ ରାଷ୍ଟ୍ରର ବୈଜ୍ଞାନିକ ବି ଯୋଗ ଦେଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଓ ରାଜ୍ୟପାଳ କେତେକ ପୁସ୍ତକ ଉନ୍ମୋଚନ କରିଥିଲେ । ବିଭିନ୍ନ ସ୍ଥାନରେ ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଡିସିପି ପିନାକ ମିଶ୍ରଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

Related posts

ପରଲୋକରେ କଂଗ୍ରେସର ବରିଷ୍ଠ ନେତା ଅଶୋକ ସାମଲ

mahabharatanews

ମେ’ ରେ ହେବ କଲରାପତରିଆ ବାଘ ଗଣନା

mahabharatanews

ରାଜଧାନୀରେ ୨୦୨୦ରେ ଅପରାଧ ସଂଖ୍ୟା ପୂର୍ବ ବର୍ଷ ତୁଳନାରେ କମ ରହିଛି

mahabharatanews