କଟକ: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି । ଗିକାରି ରାଜଧାନୀ ଭୁବନେଶିବର ରମାଦେବୀ ମହା ବିଦ୍ୟାଳୟରେ ଯୋଗ ଦେଇଥିଲେ । ଆଜି ଲିଙ୍ଗରାଜ ମନ୍ଦିରରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରି କଟକର ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି । ଏହି କାର୍ୟ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି । ୧୧ରୁ ୧୪ତାରିଖ ଯାଏ ୪ ଦିନ ଧରି ଚାଲିବାକୁ ଥିବା ରାଇସ କଂଗ୍ରେସରେ ଦେଶ ବିଦେଶରୁ ପ୍ରାୟ ୩୫୦ ଜଣ କୃଷି ବୈଜ୍ଞାନିକ ମଧ୍ୟ ଯୋଗ ଦେଇଛନ୍ତି। ଫିଲିପାଇନ୍ସ, ଆଫ୍ରିକା ସମେତ କେତେକ ରାଷ୍ଟ୍ରର ବୈଜ୍ଞାନିକ ବି ଯୋଗ ଦେଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଓ ରାଜ୍ୟପାଳ କେତେକ ପୁସ୍ତକ ଉନ୍ମୋଚନ କରିଥିଲେ । ବିଭିନ୍ନ ସ୍ଥାନରେ ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଡିସିପି ପିନାକ ମିଶ୍ରଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।
