(ଓମ ପ୍ରକାଶ ମିଶ୍ର)ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ଘରୋଇ ଶିକ୍ଷାନୁଷ୍ଠାନ ସୁକାନ୍ତି ଇଣ୍ଟରନ୍ୟାସନାଲ ସ୍କୁଲର ନିଜସ୍ବ ଗୃହ ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ସମାରୋହରେ ମାନ୍ୟବର ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୁଜାରୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବାବେଳେ ସମ୍ମାନୀତ ଅତିଥିଭାବେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଓ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଯୋଗଦେଇଥିଲେ । ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ସୁକାନ୍ତି ଏଜୁକେଶନାଲ ଚାରିଟେବୁଲ ଟ୍ରଷ୍ଟ ଏକ ନୁତନ ଅଧ୍ୟାୟ ସୃଷ୍ଟି କରି ପାରିଛି ବୋଲି ଅତିଥିମାନେ ମତ ଦେଇଛନ୍ତି । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ କୁନି କୁନି ଛାତ୍ରଛାତ୍ରୀମାନେ ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରିଥିଲେ ।
previous post
next post