(ଭୁବନେଶ୍ୱର) : ଆଜିଠୁ ତାତିରୁ ମିଳିବ ଆଶ୍ୱସ୍ତି । ୨୨ ରୁ ୨୬ ଫେବ୍ରୁଆରୀରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୪ ରୁ ୫ ଦିନ ଯାଏଁ ତାପମାତ୍ରା ହ୍ରାସ ପାଇବ ବୋଲି ମଧ୍ୟ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଏହା ପ୍ରଭାବରେ ଆଗାମୀ ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ୩ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି ।
ସୂଚନାନୁଯାୟୀ , ସେହିପରି ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଜିଲ୍ଲୀରେ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ୨୫ ଓ ୨୬ ତାରିଖରେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
