(ଭୁବନେଶ୍ୱର) : ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ନିର୍ବାଚନକୁ ଶାନ୍ତିୁପୂର୍ଣ୍ଣ କରିବାକୁ ଅଣ୍ଟା ଭିଡ଼ିଛି ରାଜ୍ୟ ପୋଲିସ୍ । ଏ ନେଇ ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି ।
ସୂଚନାନୁଯାୟୀ , ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଗୁଇନ୍ଦା ଆଇଜି ଅନୁପ ସାହୁ, ସ୍ପେସାଲ ଇଣ୍ଟେଲିଜେନ୍ସ ୱିଙ୍ଗର ଡିଆଇଜି ଉମାଶଙ୍କର ଦାଶଙ୍କ ସମେତ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ଥିଲେ । ଅପରେସନ୍ ଆଇଜି ଦେବଦତ୍ତ ସିଂହ ମଧ୍ୟ ବୈଠକରେ ସାମିଲ ହୋଇଥିଲେ । ଏହାଛଡ଼ା ଭିଡିଓ କନଫରେନ୍ସିଂରେ ସବୁ ଜିଲ୍ଲାର ଆରକ୍ଷୀ ଅଧୀକ୍ଷକମାନେ ମଧ୍ୟ ଏହି ବୈଠକରେ ସାମିଲ ହୋଇଥିଲେ ।