ଭାରତସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୯,୦୬୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ରହିଛି । ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୦୬୨ କରୋନା ଆକ୍ରାନ୍ତ ଚିହ୍ନଟ ଓ ୩୬ ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୬ ମୃତ୍ୟୁ ସାମିଲ କରିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୦୬୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୨,୮୬,୨୫୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୧୩୪ରେ ପହଞ୍ଚିଛ।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୦,୨୫୫ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି।

୪,୩୬,୨୩,୮୦୯। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୫,୦୫୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୨୪%।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୮,୫୭,୧୫,୨୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୧୦ ହଜାର ତଳକୁ ଚାଲି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ସମ୍ପ୍ରତି ଦେଶରେ ଦୈନିକ ପଜିଟିଭିଟି ହାର ୨.୪୯% ଏବଂ ସାପ୍ତାହିକ ପଜିଟିଭିଟି ହାର ୪.୩୮% ଥିବା ଜଣାପଡ଼ିଛି।

Related posts

ବଲିଉଡର ହି-ମ୍ୟାନ ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବରକୁ ଖଣ୍ଡନ କରିଛି ପରିବାର

mahabharatanews

ଗୁଗୁଲ ଦେବ ୯୨୧ କୋଟିର କ୍ଷତିପୂରଣ

mahabharatanews

ଡିଏନଏ ଟେଷ୍ଟ ପାଇଁ କାହାରିକୁ ବାଧ୍ୟ କରାଯାଇ ପାରିବ ନାହିଁ: ସୁପ୍ରିମକୋର୍ଟ

mahabharatanews