ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୭୬ କୋଭିଡ୍-୧୯ ସଂକ୍ରମଣ: ୯୮ ମୃତ୍ୟୁ

ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନା ଭାଇରସ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୩ ହଜାର ତଳକୁ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ୨୪ ଘଣ୍ଟା ମଧ୍ୟରେ ୨,୮୭୬ କରୋନାଭାଇରସ ନୂତନ ସଂକ୍ରମଣ ଓ ୯୮ ମୃତ୍ୟୁ ରେକର୍ଡ କରାଯାଇଛି। ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୦୭୨ରେ ପହଞ୍ଚିଛି।

 

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୮୮୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୫୦,୦୫୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୨୮୧୧। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୦୫,୦୬,୯୭୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୭,୫୨,୮୧୮ଟି ନମୁନା।

Related posts

ଡଲାରର ମୂଲ୍ୟ ୮୩ ଟଙ୍କାକୁ ବୃଦ୍ଧି

mahabharatanews

ଓଡି଼ଶାରେ ୫ଜି ସେବା ଯୋଗାଇବେ ଜିଓ ଓ ଏୟାରଟେଲ

mahabharatanews

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ

mahabharatanews