ଓଡିଶାସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତକାଲି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ୩୦୦ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏମାନଙ୍କ ମଧ୍ୟରୁ ୧୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ସର୍ବାଧିକ ଖୋର୍ଦ୍ଧାରେ ୬୮ ଜଣ ଚିହ୍ନଟ ହୋଇଛନ୍ତି ।


ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୫, କଟକରୁ ୨୭ ଜଣ, ଦେବଗଡ଼ରୁ ୨, ଗଜପତିରୁ ୧ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡି ଜିଲ୍ଲାରୁ ୯ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୬୮, କୋରାପୁଟରୁ ୨, ମୟୂରଭଞ୍ଜରୁ ୧ ଜଣ, ନବରଙ୍ଗପୁରରୁ ୧୪ ଜଣ, ନୟାଗଡ଼ ଜିଲ୍ଲାରୁ ୧୬ ଜଣ, ନୂଆପଡ଼ାରୁ ୪, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୨୧ ଜଣ ଓ ଷ୍ଟେଟପୁଲରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Related posts

ସ୍କୁଲ ଖୋଲିବାରେ ଅସୁବିଧା ନାହିଁ: ଏସସିଆରଏସସି

mahabharatanews

କେନ୍ଦ୍ରାପଡା ଲୋକସେବା କ୍ଷେତ୍ରରେ ମେଗା ସ୍ୱାସ୍ଥ୍ୟମେଳା

mahabharatanews

ଉଦଳାରେ ପୋଲିସ ପକ୍ଷରୁ ସାଇବର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

mahabharatanews