ଓଡିଶାସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢିଛି । କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୨ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬ ଜଣ ଚିହ୍ନଟ ହୋଇଛନ୍ତି।


ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩, ବରଗଡ଼ ଜିଲ୍ଲାରୁ ୮, ଭଦ୍ରକ ଜିଲ୍ଲାରୁ ୪, ବଲାଙ୍ଗୀରି ଜିଲ୍ଲାରୁ ୭, କଟକରୁ୪୯, ଦେବଗଡ଼ରୁ ୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦୁଝରରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୬୬, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୧୧ ଜଣ, ନୟାଗଡ଼ ଜିଲ୍ଲାରୁ ୧୪ ଜଣ, ନୂଆପଡ଼ାରୁ ୩, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟପୁଲରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

 

Related posts

ରାଧାମୋହନ ଦେବ ସ୍କୁଲର ୧୯୯୮ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

mahabharatanews

୧୨ କିଲୋ ଓଜନର ବ୍ରଜକାପ୍ତା ଉଦ୍ଧାର

mahabharatanews

ତାତିରୁ ମିଳିବ ତ୍ରାହି, ୨୬ରୁ ରାଜ୍ୟରେ ବଢ଼ିବ ବର୍ଷା

mahabharatanews