ଅପରାଧସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୨୯୧ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକକରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି | ଯାହା ବର୍ତମାନ ୩୦୦ ତଳେ ରହିଛି| କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନାନୁସାରେ , ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭୫ କରୋନା ସଂକ୍ରମଣ ଓ ୨ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୯୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୨,୬୩୮ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୨ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୨୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୭,୬୧୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୬୭୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୩,୨୮,୫୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Related posts

ନାଳ ଭିତରୁ ନବଜାତ ଶିଶୁକନ୍ୟା ଉଦ୍ଧାର

mahabharatanews

ନାଳରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

mahabharatanews

୨୦୦୮ ଜୟପୁର ବୋମା ବିସ୍ଫୋରଣ ମାମଲା, ୪ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

mahabharatanews