ଭାରତସ୍ୱାସ୍ଥ୍ୟ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ  ୫,୨୨୧ ଜଣ କରୋନା  ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦେଶରେ କରୋନା  ସଂକ୍ରମଣ ବୃଦ୍ଧି ପାଇଛି ।  କରୋନା ନୂଆ ସଂକ୍ରମଣ ସଂଖ୍ୟା  ୫ ହଜାରରୁ ଉପରେ ରହିଛି।  ସ୍ୱାସ୍ଥ୍ୟ  ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ  ଏହା ସୂଚନା ମିଳିଛି ।     ସୂଚାନୁନୁସାରେ , ସୋମବ‌ର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୨୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୫ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୨୨୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୦୦,୫୮୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୧୬୫ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୨୫,୨୩୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୧୭୬ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୧%।

Related posts

ପ୍ରଦୂଷଣରେ ବର୍ଷକୁ ଯାଉଛି ୧୫ଲକ୍ଷ ଜୀବନ, ଲାନ୍ସେଟ ଦେଲା ଚିନ୍ତାଜନକ ତଥ୍ୟ

mahabharatanews

୩ ନୂଆ ଅପରାଧିକ ଆଇନ୍‌କୁ ରାଷ୍ଟ୍ରପତିଙ୍କ ମଂଜୁରୀ

mahabharatanews

ତାମିଲନାଡୁ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ ଜାରି

mahabharatanews