ଭାରତ

ଗତ ୨୪ ଘଣ୍ଟାରେ ଦେଶରୁ ୭୮୨ ସଂକ୍ରମିତ ଚିହ୍ନଟ

(ଦିଲ୍ଲୀ) : କେତେବେଳେ ତଳ ତା କେତେବେଳେ ଉପର ମୁହାଁ ହେଉଛି ସଂକ୍ରମଣ ସଂଖ୍ୟା ।  ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୯,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁଯାୟୀ,ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୮୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୫,୭୦୫ରେ ପହଞ୍ଚିଛି। ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୨୪କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୭୫କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

Related posts

ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୫୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews

ହ୍ୱାଟସପରେ ବିକଶିତ ଭାରତ ବାର୍ତ୍ତା ବନ୍ଦ କରିବାକୁ କମିଶନଙ୍କ ନିର୍ଦେଶ  

mahabharatanews

ଭିସ୍ତାରା ଫ୍ଲାଇଟରେ ବମ୍

mahabharatanews