Uncategorized

ଦେଶରେ ଦିନକରେ ୯୩ ହଜାର ୩୩୭ ନୁଆ କରୋନା ଆକ୍ରାନ୍ତ ଚିହ୍ନଟ

(ନୂଆଦିଲ୍ଲୀ): ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ ଗତ ୨୪ ଘଣ୍ଟାରେ ୯୩ ହଜାର ୩୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩ ଲକ୍ଷ ୮ହଜାର ୧୫କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ୧୨୪୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭାରତରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୫ ହଜାର ୬୧୯ରେ ପହଞ୍ଚିଛି । ଏହାସହ ଦେଶରେ ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୩ ,୯୬୪ ରହିଥିବା ବେଳେ ୪୨ ହଜାର ୦୮,୪୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

Related posts

ଘରେ ପ୍ରସ୍ତୁତ କରନ୍ତୁ ମାଣ୍ଡିଆ ରସାବଳି

mahabharatanews

ପାକରେ ଯୋଜନା: କରୋନା ଆକ୍ରାନ୍ତ ଆତଙ୍କୀ ପଠାଇବ

mahabharatanews

ରାଜ୍ୟରେ ଆଉ ୧୦ ଜଣଙ୍କ କରୋନାରେ ମୃତ୍ୟୁ

mahabharatanews