ଓଡିଶା

୨୪ ଘଣ୍ଟାରେ ଦେଶରୁ ୫୩୫ ନୂଆ ସଂକ୍ରମିତ ଚିହ୍ନଟ

(ଦିଲ୍ଲୀ): କେତେବେଳେ ତଳ ତ କେତେବେଳେ ଉପର ହେଉଛି ସଂକ୍ରାମିତଙ୍କ ସଂଖ୍ୟା  । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୮,୪୨୬ରେ ପହଞ୍ଚିଛି। ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୭,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁସାରେ,ଗତ ୨୪ ‌ଘଣ୍ଟାରେ ୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୫୪କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୦,୪୦୪।

Related posts

ପିଏମ୍ ସ୍ୱନିଧି ଯୋଜନାର ହିତାଧିକାରୀଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ସରକାର

mahabharatanews

ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ; ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

mahabharatanews

ଓଏଏସ ସ୍ତରରେ ବଡଧରଣର ଅଦଳବଦଳ

mahabharatanews