ଓଡିଶା

ରାଜ୍ୟରେ ଦୈନିକ କରୋନା ବଢୁଛି ସଂକ୍ରମଣ ; ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ ବଢୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଥିବା ଜଣାପଡିଛି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୮, ୨୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ୧୨,୮୩, ୬୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୩୫ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୧ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୫୨ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୪୪ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ବଲପୁରରୁ ୫୮ ଜଣ, ସୋନପୁରରୁ ୩୧ ଜଣ, ସୁନ୍ଦରଗଡ଼ରୁ ୧୧୧ ଜଣ ଓ ଷ୍ଟେଟପୁଲରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ଦିବ୍ୟାଙ୍ଗଙ୍କୁ ମିଳିଲା ଭତ୍ତା

mahabharatanews

ସତ୍ୟବାଦୀ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା

mahabharatanews

ଏୟାରପୋର୍ଟ ଉନ୍ନତିକରଣ ପାଇଁ ଉଚ୍ଛେଦ

mahabharatanews