ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ 2026 ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ ବରିଷ୍ଠ ନାଗରିକ ମାନଙ୍କର ନାମ ପଞ୍ଜୀକରଣ କରାଯାଇ କାର୍ଯ୍ୟକ୍ରମରେ ଯୋଗଗୁରୁଙ୍କ ତତ୍ୱାବଧାନରେ 130 ଜଣ ବରିଷ୍ଠ ନାଗରିକ ଯୋଗ କରି ଥିଲେ ଓ ବରିଷ୍ଠ ନାଗରିକ ମାନଙ୍କ ନିମନ୍ତେ ମାଗଣା ସ୍ଵାସ୍ଥ୍ୟଶିବିରର ଆୟୋଜନ କରାଯାଇଥିଲା । ଏଥିରେ ବିଭିନ୍ନ ସ୍ବାସ୍ଥ୍ୟ ବିଶେଷଜ୍ଞ ଡ଼ାକ୍ତର ଯୋଗ ଦେଇ ବରିଷ୍ଠ ନାଗରିକଙ୍କ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟାର ପରୀକ୍ଷା କରାଯାଇଥିଲା। ଉକ୍ତ କାର୍ଯକ୍ରମରେ ସମୁଦାୟ 170 ଜଣ ବରିଷ୍ଠ ନାଗରିକ ଯୋଗ ଦେଇଥିବା ବେଳେ 82 ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା।
ଏହି ଅବସରରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢ଼ୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିରଞ୍ଚି ବାଗ, ଅବସର ପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ ନାଏକ, ଆଚାର୍ଯ୍ୟ ବିନୋଦ ଜେନା, ଉପାନ୍ତ ପ୍ରହରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ର, ଲକ୍ଷ୍ମୀ ନୃସିଂହ ରଥ,ଡକ୍ଟର ପ୍ରଦୀପ ମହାପାତ୍ର, ସଂସ୍କୃତି ଅଧିକାରିଣୀ ଅର୍ଚ୍ଚନା ମଙ୍ଗରାଜ, ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ଆଶାଲତା ପାଣିଗ୍ରାହୀ ପ୍ରମୁଖ ମଞ୍ଚ।ସିନ ଥିଲେ। ଏହି କାର୍ଯ୍ୟକ୍ରମର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଗଜପତି ବିବରଣୀ ପଠନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂର୍ଯ୍ୟକାନ୍ତ ପଟ୍ଟନାୟକ, ଅର୍ଜୁନ ଦଳାଇ, ଅଶୋକ କୁମାର ଦାସଙ୍କୁ ବରିଷ୍ଠ ନାଗରିକ କ୍ଷେତ୍ରରେ ଉଲ୍ଲେଖନିୟ କାର୍ଯ୍ୟ କରୁଥିବାରୁ ଅତିଥିଙ୍କ ଦ୍ବାରା ସମ୍ବର୍ଦ୍ଧିତ କରାଯାଇଥିଲା। ଉସର୍ଗିତା ବଡରଇତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଞ୍ଚ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ବିଭାଗୀୟ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିଲେ।
