ଓଡିଶାଶିକ୍ଷା

ରୂପାନ୍ତରିତ ବିଦ୍ୟାଳୟରେ ଇଣ୍ଟରନେଟ୍ ବ୍ୟବସ୍ଥା ଲାଗୁ କରାଯିବ

ଭୁବନେଶ୍ୱର: ରାଜ୍ୟର ସମସ୍ତ ରୂପାନ୍ତରିତ ବିଦ୍ୟାଳୟରେ ଇଣ୍ଟରନେଟ୍ ବ୍ୟବସ୍ଥା ଲାଗୁ କରାଯିବ। ୩ଶହଟି ହାଇସ୍କୁଲରେ ଖୁବଶୀଘ୍ର ଆକାଂକ୍ଷୀ କାର୍ୟ୍ୟକ୍ରମ ଆରମ୍ଭ କରାଯିବ। ସରକାରୀ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଲାଭ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ଗଣିତର ଜ୍ଞାନ ବୃଦ୍ଧି ପାଇଁ ଭୁବନେଶ୍ୱରସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାଥେମେଟିକ୍ସ ଆଣ୍ଡ୍ ଆପ୍ଲିକେସନ୍ସ ସହ ମୋ ସ୍କୁଲ ହାତ ମିଳାଇଛି। ଉଭୟ ଅନୁଷ୍ଠାନର ସହଯୋଗରେ ଉଚ୍ଚ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ମ୍ୟାଥ୍ମେଟିକ୍ସ ମେଳା’ କାର୍ଯ୍ୟକ୍ରମର ଆୟୋଜନ କରାଯିବା ନେଇ ‘ମୋ ସ୍କୁଲ୍ ଅଭିଯାନ’ର ୩୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି।ସେହିଭଳି ବିଜ୍ଞାନ ପ୍ରତି ଆକର୍ଷିତ କରିବାକୁ ‘ମୋ ସ୍କୁଲ୍ ଅଭିଯାନ’ ଓଡ଼ିଶା ବିଜ୍ଞାନ ଏକାଡେମୀ ଏବଂ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ସହ ମିଳିତ ଭାବରେ ମୋବାଇଲ୍ ସାଇନ୍ସ ଏକ୍ଜିବିସନ୍ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ପରିଷଦ ବୈଠକରେ ଓଡ଼ିଶାର ୨୬ଟି ଜିଲ୍ଲାର ମୋଟ ୧୩୧ କୋଟି ୭୩ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଗତ ୧ ମାସ ମଧ୍ୟରେ ୧୦,୬୭୨ ପୁରାତନ ଛାତ୍ରଛାତ୍ରୀ ଅଭିଯାନ ସହ ଯୋଡ଼ି ହୋଇଛନ୍ତି। ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୬ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବିଭିନ୍ନ ସିଏସ୍ଆର୍ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ‘ମୋ ସ୍କୁଲ୍ ଅଭିଯାନ’କୁ ୩୮ କୋଟି ୮୫ ଲକ୍ଷ ଟଙ୍କାର ଅନୁଦାନ ଆସିଛି।ଗତ ଏକ ମାସ ମଧ୍ୟରେ ‘ମୋ ସ୍କୁଲ୍’ ନିକଟରେ ରେକର୍ଡ ସଂଖ୍ୟକ ୟୁସି ଦାଖଲ ହୋଇଥିବାବେଳେ କାର୍ଯ୍ୟନିର୍ବାହୀ ପରିଷଦ ଏନେଇ ସନ୍ତୋଷବ୍ୟକ୍ତ କରିଥିଲେ।

Related posts

ରାଜ୍ୟରେ ନୂଆ ୧୨୦ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ଆଜିଠୁ ୩ ଦିନିଆ ପାଇଁ  ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

mahabharatanews

କରୋନା ଭୟରେ ପାଖକୁ ଆସିଲେନି, ଟ୍ରଲିରେ ବୁହା ହେଲା ଶବ

mahabharatanews