ସୁବର୍ଣ୍ଣପୁର: ମଦ୍ୟପାନ କରି ଗାଡି ଚଳାଇବା ଉପରେ ପୋଲିସ ଅଧିକାରୀଙ୍କ ସହ ପରିବହନ ବିଭାଗ କର୍ମଚାରୀଙ୍କ ସ୍ୱତନ୍ତ୍ର ମିଳିତ ଯାଞ୍ଚ କରାଯାଇଥିଲା । ଓଡିଶା ସରକାରଙ୍କ ପରିବହନ କମିଶନର ତଥା ଜିଲ୍ଲାପାଳ ଶ୍ରୀମତୀ ଆବୋଲୀ ସୁନିଲ ନରୱଣେଙ୍କ ନିର୍ଦେଶ ରାତ୍ରିରେ ମିଳିତ ଯାଞ୍ଚ କରାଯାଇଥିଲା । ଜିଲ୍ଲା ପରିବହନ ଅଧିକାରୀ ଶ୍ରୀ ରବୀନ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ।
ଏହି ସ୍ୱତନ୍ତ୍ର ଯାଞ୍ଚ ସୋନପୁର ସହରର କୁଞ୍ଜ ଛକ ଓ ବ୍ଲକ ଛକ ଠାରେ ଅନୁଷ୍ଠିତ ହୋଇଥିବା ବେଳେ ସ୍ୱତନ୍ତ୍ର ଯାଞ୍ଚ ସମୟରେ ୧୧ ଟି ବିଭିନ୍ନ ଗାଡିକୁ ଜବତ କରାଯାଇ ଗାଡି ଗୁଡିକୁ ପରିବହନ କାର୍ଯ୍ୟାଳୟ ଓ ସୋନପୁର ଥାନା କାର୍ଯ୍ୟାଳୟ ପରିସରରେ ରଖାଯାଇଥିବା ଜିଲ୍ଲା ପରିବହନ ଅଧିକାରୀ ଶ୍ରୀ ପଟ୍ଟନାୟକ ସୂଚନା ପ୍ରଦାନ କରିଛନ୍ତି ।
ପରିବହନ ଅଧିକାରୀ ସୁବର୍ଣ୍ଣପୁରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ । ଏହି ରାତ୍ରି କାଳୀନ ସ୍ୱତନ୍ତ୍ର ଯାଞ୍ଚ କାର୍ଯ୍ୟକ୍ରମରେ ଅତିରିକ୍ତ ପରିବହନ ଅଧିକାରୀ ଶ୍ରୀ ଶିବାଶିଷ ସାହୁ, କନିଷ୍ଠ ମୋଟର ଯାନ ନିରୀକ୍ଷକ ଲୋକନାଥ ନାୟକ, ସୋନପୁର ସହରାଞ୍ଚଳ ଥାନା ଅଧିକାରୀ ସମେତ ପରିବହନ ବିଭାଗ କର୍ମଚାରୀ ଓ ପୋଲିସ ବିଭାଗର ଅଧିକାରୀ ପ୍ରମୁଖ ସାମିଲ ଥିବା ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
