ଓଡିଶା

ପ୍ରବଳ ବର୍ଷା ସମ୍ଭାବନା; ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦେଶ

(ଭୁବନେଶ୍ୱର) :  ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଆଜି ମଧ୍ୟାହ୍ନରେ ମାଲକାନଗିରି ଓ କୋରାପୁଟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କେତେକ ସ୍ଥାନରେ ଭୂସ୍ଖଳ ଭଳି ସମସ୍ୟାର ଆଶଙ୍କା ରହିଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି। ୧୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଥିବା ବେ‌ଳେ ଦୁଇଟି ଜିଲ୍ଲାରେ ଅଧିକ ନିଅଣ୍ଟିଆ ରହିଛି। ୧୫ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ ,ନୂଆପଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Related posts

ନର୍ସିଂହୋମ ମାଲିକ ଓ କର୍ମଚାରୀ କରୋନା ନେଗେଟିଭ

mahabharatanews

ଆଉ ଜଣେ କରୋନା ରୋଗୀ ଚିହ୍ନଟ

mahabharatanews

କେନ୍ଦ୍ରପଡାର ଅବିନାଶ ପରିଡାଙ୍କୁ ହାଇଦ୍ରାବାଦରେ ହତ୍ୟା…

mahabharatanews