ଓଡିଶା

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ

ବନକା ଲାଗି ହେଉଛି ମହା ପ୍ରଭୁଙ୍କ ଏକ ଗୁପ୍ତ ନୀତି । ଏହି ନୀତି ସମୟରେ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିତୀୟ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କୁ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ନୀତି ସମାପ୍ତ ପରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ।

Related posts

ବାସି ଖାଦ୍ୟ ଖାଇ ୪୫ ଭିନ୍ନକ୍ଷମ ଛାତ୍ରଛାତ୍ରୀ ଅସୁସ୍ଥ

mahabharatanews

ଇଣ୍ଡୋନେସିଆ: ବନ୍ୟାରେ ୨୧ ମୃତ

mahabharatanews

ଏନଆଇଏନଏଲକୁ ଅଧିଗ୍ରହଣ କଲା ଟାଟା

mahabharatanews