ଓଡିଶା

ଆଜି ଦଶମୀ ତିଥି, ମହାପ୍ରଭୁଙ୍କ ବନଭୋଜି ବେଶ

(ପୁରୀ) : ଶ୍ରୀମନ୍ଦିରରେ ଚାଲିଛି ପ୍ରଭୁ ଶ୍ରୀକୃଷ୍ଣଙ୍କ ଲୀଳା । ଆଜି ଦଶମୀ ତିଥିରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିନା କରାଯାଇଛି । ଏହାକୁ ମନେ ପକାଇବା ପାଇଁ ସ୍ମରଣ କରି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କୁ ଏହି ବେଶ କରାଯାଇଥାଏ ।

ସୂଚନାନୁଯାୟୀ , ତ୍ରୟୋଦଶୀ ତିଥିରେ କୃଷ୍ଣବଳରାମ ବେଶରେ ମହାପ୍ରଭୁ ଦର୍ଶନ ଦେବାର ପରମ୍ପରା ରହିଛି । ଏହି ବେଶରେ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ୱାସ ରହିଛି । କୃଷ୍ଣ-ବଳରାମ ବେଶରେ ଦର୍ଶନ ଦେବେ କାଳିଆ ଓ ବଳିଆ । ଏହି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବ । ମସ୍ତକରେ ସୋଲ, ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସା ଯାଇଥାଏ ।

Related posts

ପଦ୍ମପୁର ଉପ ନିର୍ବାଚନ ନେଇ ଆଜି ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି

mahabharatanews

ଖୁବଶିଘ୍ର ମହାନଦୀ ଜଳବିବାଦର ହେବ ସମାଧାନ

mahabharatanews

 ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ମଣ୍ଡପକୁ ବିଜେ

mahabharatanews