ଓଡିଶାରାଜନୀତି

ଝାରସୁଗୁଡ଼ା ଉପନିର୍ବାଚନ ମଇଦାନରେ ଲଢ଼ିବେ ୯ ଜଣ ପ୍ରାର୍ଥୀ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ମଇଦାନରେ ଲଢ଼ିବେ ୯ ଜଣ ପ୍ରାର୍ଥୀ | ତେବେ ଉପନିର୍ବାଚନ ପାଇଁ ସମୁଦାୟ ୧୦ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଆଜି ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ଦିବସ । ଭୁବନେଶ୍ୱର ଗର୍ତିଆ ନାମକ ଜଣେ ପ୍ରାର୍ଥୀ ତାଙ୍କର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେବାରୁ ଉପନିର୍ବାଚନ ମଇଦାନରେ ୯ ଜଣ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଛନ୍ତି । ଭାରତୀୟ ଜନତା ପାର୍ଟିର ଟଙ୍କଧର ତି୍ରପାଠୀ, ଭାରତୀୟ ଜାତୀୟ କଂଗ୍ରେସର ତରୁଣ ପାଣ୍ଡେ, ବିଜୁ ଜନତା ଦଳର ଦୀପାଳି ଦାସ, ଓଡ଼ିଶା ପ୍ରଗତି ଦଳର ଜନ୍ମା ରୋହିଦାସ, ଓଡ଼ିଶା ଜନତା ପାର୍ଟିର ମନୀଷ ଶର୍ମା, କଳିଙ୍ଗ ସେନାର ମହିନ୍ଦ୍ର ପଟ୍ଟନାୟକ, ସ୍ୱାଧୀନ ପ୍ରାର୍ଥୀ ବିଜୟ କୁମାର ଜାଳାନ, ସ୍ୱାଧୀନ ପ୍ରାର୍ଥୀ ମହେନ୍ଦ୍ର ଲୁହା ଓ ସ୍ୱାଧୀନ ପ୍ରାର୍ଥୀ ଜ୍ଞାନେନ୍ଦ୍ର ବେହେରା ପ୍ରମୁଖ ଝାରସୁଗୁଡ଼ା ଉପନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।

Related posts

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

mahabharatanews

କୋଡ଼ିଙ୍ଗାମାଲି ଖଣିରୁ ବକ୍ସାଇଟ ପରିବହନ ଆରମ୍ଭ କରିବାକୁ ଜିଲ୍ଲାପାଳଙ୍କୁ ଦାବିପତ୍ର

mahabharatanews

ତିନୋଟି ଗ୍ରାମକୁ ସାନିଟାଇଜେସନ କଲା ମୋଇତ୍ରୀ କମ୍ପାନୀ

mahabharatanews