ଓଡିଶା

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ  ଜିଲ୍ଲାପାଳ  ଫାଲଗୁନୀ ମାଝୀ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ମିନା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ  ଦୟାମୟ ପାଢ଼ୀ, ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଅଂଶୁମାନ ମହାପାତ୍ର  ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ  ମୋଟ-72 ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇ ଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-62 ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – 10 ଗୋଟି ଅଭିଯୋଗ ଆସିଥିଲା ।

ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇ ଥିବା ବେଳେ ତିନୋଟି ତୁରନ୍ତ ସମାଧାନ କରାଯାଇଥିଲା।ଅନ୍ୟ ସମସ୍ତ ଅଭିଯୋଗକୁ ସମାଧାନ  କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ   ନିର୍ଦ୍ଦେଶ ଦିଆଯାଇଛି।  ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ  ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା ।ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀରେ ସ୍ଥାନୀୟ ତହସିଲଦାର  ନାରାୟଣ ବେହେରା ସମେତ  ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Related posts

ବରଗଡ଼ ଜିଲ୍ଲାରେ ଦ୍ଵିତୀୟ କରୋନା ରୋଗୀ

mahabharatanews

ପ୍ରଥମ ପ୍ରର୍ଯ୍ୟାୟରେ ୭୩.୯୭% ମତଦାନ

mahabharatanews

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ଗଛ

mahabharatanews