(କଟକ) : ଓଡ଼ିଶା ହାଇକୋର୍ଟକୁ ମିଳିଲା ନୂଆ ମୁଖ୍ୟ ବିଚାରପତି । ଆଜି ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଦିନ ୧୦ଟା ସମୟରେ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଚକ୍ରଧାରୀ ଶରଣ ସିଂ ।
ସୂଚନାନୁଯାୟୀ , ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ଜାଣନ୍ତୁ କଣ କହୁଛି ଆରବିଆଇର ନିୟମ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ଗତ ୨ ତାରିଖରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହା ପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ । ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି । ୨୦୧୨ ଏପ୍ରିଲ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।
