ଦେଶ ବିଦେଶ

ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବରେ ଶପଥ ନେଇଛନ୍ତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ

ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବରେ ଶପଥ ନେଇଛନ୍ତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଭାରତର ୫୩ତମ ପ୍ରଧାନ ବିଚାରପତି ଭାବେ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ୧୫ ମାସ ପର୍ଯ୍ୟନ୍ତ ସିଜେଆଇ ରହିବେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ।

ଜଷ୍ଟିସ୍ ବି.ଆର ଗଭଇଙ୍କ ସ୍ଥାନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ । ଜଷ୍ଟିସ୍ ସୂର୍ଯ୍ୟକାନ୍ତ ୧୫ ମାସ ପର୍ଯ୍ୟନ୍ତ ଅର୍ଥାତ ୨୦୨୭ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ ପ୍ରଧାନ ବିଚାରପତି ରହିବେ । ୧୯୬୨ ଫେବ୍ରୁଆରୀ ୧୦ରେ ହରିୟାଣାର ହିସାର ଠାରେ ଜନ୍ମିତ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ କୁରୁକ୍ଷେତ୍ର ୟୁନିଭର୍ସିଟିରୁ ଆଇନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ ଓକିଲାତି ଆରମ୍ଭ କରିଥିଲେ । ୨୦୦୦ ମସିହାରେ ତାଙ୍କୁ ହରିୟାଣାର ଆଡଭୋକେଟ ଜେନେରାଲ ନିଯୁକ୍ତ କରାଯାଇଥିଲା । ୨୦୦୪ରେ ସେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ସ୍ଥାୟୀ ବିଚାରପତି ନିଯୁକ୍ତ ହୋଇଥିଲେ । ୨୦୧୮ରେ ତାଙ୍କୁ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ କରାଯାଇଥିଲା । ୨୦୧୯ ମେ ୨୪ରେ ତାଙ୍କୁ ପଦୋନ୍ନତି ଦିଆଯାଇ ସୁପ୍ରିମକୋର୍ଟରେ ନିଯୁକ୍ତି ଦିଆଯାଇଥିଲା ।

CJI SURYA KANT OATH

Related posts

ବାଂଲାଦେଶ ନିର୍ବାଚନ , ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

mahabharatanews

ଆଲପାଇନ୍ ସ୍କି ବାରରେ ନୂତନ ବର୍ଷର ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ…

mahabharatanews

ଲାଗୁ ହୋଇଛି ନୂତନ ବର୍ଦ୍ଧିତ ରେଳ ଭଡ଼ା

mahabharatanews