ଓଡିଶା

କୁଲତା ସମାଜ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ । ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଧନ୍ୟବାଦ ଜଣାଇଲେ । କୁଲତା ସମାର ପୁରୀରେ ଧର୍ମଶାଳା ନିମନ୍ତେ ରାଜ୍ୟ ସରକାର ଜମି ଓ ଆର୍ଥିକ ସହାୟତା ଯୋଗାଇ ଦେବେ । ଓଡିଶା କୁଲତା ସମାଜର ଏକ ପ୍ରତିନିଧି ଦଳ, ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ବିଭିନ୍ନ ଦାବୀ ବିଷୟରେ ଆଲୋଚନା କରିଥିଲେ । ପ୍ରଥମେ ସେମାନଙ୍କ କୂଳ ଦେବତା ପ୍ରଭୁ ନୃସିଂହନାଥଙ୍କ ପୀଠର ଉନ୍ନତି ନିମନ୍ତେ ୫ଟି ଉପକ୍ରମ ରେ ମୁଖ୍ୟମନ୍ତ୍ରୀ ନେଇଥିବା ରୂପାନ୍ତରଣ କାର୍ଯ୍ୟକ୍ରମ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ଆଲୋଚନା ସମୟରେ ସେମାନେ ପୁରୀଧାମରେ ଏକ ଧର୍ମଶାଳା ନିର୍ମାଣ ନିମନ୍ତେ ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । କୁଲତା ସମାଜ ବହୁଳ ଗ୍ରାମ ଗୁଡିକରେ ଜଗନ୍ନାଥ ମନ୍ଦିର ସ୍ଥାପନ, ପରିଚାଳନା, ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ ଏହି ସମାଜ ଅଗ୍ରଣୀ ଭୂମିକା ଗ୍ରହଣ କରିଆସୁଛି । ପୁରୀ ନିକଟସ୍ଥ ରାମଚଣ୍ଡୀ ମନ୍ଦିର ମଧ୍ୟ କୁଲତା ସମାଜର ଏକ ପ୍ରସିଦ୍ଧ ଧର୍ମପୀଠ । କୁଲତା ସମାଜର ଲକ୍ଷ ଲକ୍ଷ ଭକ୍ତ ପ୍ରତିବର୍ଷ ପୁରୀଧାମକୁ ଯାଇଥାନ୍ତି ।

ତେଣୁ ପୁରୀରେ କୁଲତା ସମାଜକୁ ଧର୍ମଶାଳା ନିମନ୍ତେ ଏକ ଏକର ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ପାଇଁ ସେମାନେ ଅନୁରୋଧ କରିଥିଲେ । ଏହାଦ୍ବାରା କୁଲତା ସମାଜର ଭକ୍ତମାନେ ସୁବିଧାରେ ପୁରୀ ଧାମରେ ରହିବା ସହ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ ସୁରୁଖୁରୁରେ ଆୟୋଜନ କରିପାରିବେ। ସେମାନଙ୍କର ଅନୁରୋଧକୁ ଗ୍ରହଣ କରି ପୁରୀରେ ଉପଯୁକ୍ତ ସ୍ଥାନରେ ଏକ ସପ୍ତାହ ମଧ୍ୟରେ ଜମି ଚିହ୍ନଟ ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସରକାରଙ୍କ ତରଫରୁ ଧର୍ମଶାଳା ନିର୍ମାଣ ନିମନ୍ତେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏକ ବର୍ଷ ମଧ୍ୟରେ ଏହି ଧର୍ମଶାଳା ଯେପରି ସଂପୂର୍ଣ୍ଣ ହୋଇପାରିବ, ସେ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ଦାବି ପ୍ରତି ସହାନୁଭୂତିଶୀଳ ମନୋଭାବ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ଏହି ପ୍ରତିନିଧି ଦଳରେ ବୌଦ୍ଧ ,ସୋନପୁର , ସମ୍ବଲପୁର ଓ ବ୍ରଜରାଜନଗର ଅଞ୍ଚଳର କୁଲତା ସମାଜର, ବନ୍ଧୁ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ ।

Related posts

ଗୋଟିଏ ଦିନରେ ଭୁବନେଶ୍ୱରରୁ ଆଉ ୧୧୧ କରୋନା ଚିହ୍ନଟ

mahabharatanews

ରାଜ୍ୟରେ ପୁଣି ୧୦ ଜଣଙ୍କ ଜୀବନ ନେଲା କରୋନା

mahabharatanews

ଜଳିଗଲା କୋଟିକୋଟି ଟଙ୍କାର ପାଣି ପାଇପ

mahabharatanews