(ଭୁବନେଶ୍ୱର) : ରାଜ୍ୟରେ ଆହୁରି ସୁଗମ ହେବ ପରିବହନ । ଯାତ୍ରୀ ପରିବହନ କ୍ଷେତ୍ରରେ ଆସିବ ପରିବର୍ତ୍ତନ । ଆଜି ଠୁ ଶୁଭାରମ୍ଭ ହେବ ଲକ୍ଷ୍ମୀ ଯୋଜନା । ଐତିହାସିକ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ଯ୍ୟାୟରେ ମାଲକାନଗିରି ସମେତ ୪ଟି ଜିଲ୍ଲାରୁ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା ।
ସୂଚନାନୁଯାୟୀ , ମାଲକାନଗିରି ଜିଲ୍ଲାରୁ ଗଡ଼ିବ ୩୬ଟି ବସ୍ । ଲକ୍ଷ୍ମୀ ଯୋଜନା ଅଧୀନରେ ବ୍ଲକ ସଂଯୋଗୀକରଣ ଦ୍ବାରା ପଞ୍ଚାୟତରୁ ବ୍ଲକ, ଜିଲ୍ଲା ସଂଯୋଗୀକରଣ ଦ୍ବାରା ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ, ଜଗନ୍ନାଥ ଏକ୍ସପ୍ରେସ ମାଧ୍ୟମରେ ଜିଲ୍ଲା ମୁଖ୍ୟାଳୟକୁ ଭୁବନେଶ୍ବର ଓ ପୁରୀକୁ ଯୋଗାଯୋଗ ସୁବିଧା ଯୋଗାଇ ଦିଆଯିବ । ଆଜି ପ୍ରବଳ ଛେଚିବ, 14 ଜିଲ୍ଲାକୁ ସତର୍କ ସୂଚନା ଅନ୍ତଃଜିଲ୍ଲା ଓ ଆନ୍ତଃକ୍ଲଷ୍ଟର ମଧ୍ୟରେ ଯୋଗାଯୋଗ ସୁବିଧା ଉପଲବ୍ଧ କରାଯିବ । ଯୋଜନା ଅଧିନରେ ହଜାରେରୁ ଅଧିକ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖାଯାଇଛି ।