ଓଡିଶା

ରାଜ୍ୟରେ ହାଲୁକାରୁ ବର୍ଷା 

(ଭୁବନେଶ୍ୱର) : ଜାନୁଆରି ୧୭ରୁ ୧୯ ତାରିଖ ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁରରେ ବର୍ଷା ହେବାକୁ ଥିବା ବେଳେ ପରବର୍ତ୍ତୀ ୨୪ ଘଣ୍ଟାରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ।

ସୂଚନାନୁଯାୟୀ , ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବଲାଙ୍ଗୀର, ନୟାଗଡ଼, ଦାରିଙ୍ଗବାଡ଼ି, ଅନୁଗୁଳ ଓ କଟକରେ ଘନ କୁହୁଡ଼ି ହେବାରୁ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଥିଲା। ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ବାକି ଜିଲ୍ଲାଗୁଡ଼ିକରେ ସେଭଳି କୌଣସି ପରିବର୍ତ୍ତନ ହୋଇ ନାହିଁ। ବୁଧବାର ସକାଳ ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡ଼ି ଅନୁଭୂତ ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Related posts

ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

mahabharatanews

ଘୋଷଯାତ୍ରାକୁ ସୁପ୍ରିମକୋର୍ଟଙ୍କ ନା

mahabharatanews

ବେକରେ ଦଉଡି ଲଗାଇ ଯୁବକର ଆତ୍ମହତ୍ୟା

mahabharatanews