(ପୁରୀ) : ସ୍ନାନମଣ୍ଡପରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନପରେ ଜ୍ୱରରେ ପଡ଼ିଛନ୍ତି ଶ୍ରୀଜିଉ । ସୁସ୍ଥ କରିବା ପାଇଁ ଚାଲିଛି ଗୋପନୀୟ ଉପଚାର । ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିର ଅଣସର ତାଟି ସମ୍ମୁଖରେ ପଟିଦିଅଁ ବିଜେ କରିଛନ୍ତି।
ପଟିଦିଅଁ ରୂପେ ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଅନନ୍ତ ନାରାୟଣ, ବଡ଼ଠାକୁର ବଳଭଦ୍ର ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରା ଭୁବନେଶ୍ୱରୀ ରୂପରେ ପୂଜା ପାଇଛନ୍ତି। ଏହିଠାରେ ଛପନ ଭୋଗ ଅନ୍ନ, ପିଠାପଣା ଆଦି ଲାଗି କରାଯାଇଛି।ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ, କୃଷ୍ଣ ଓ ନୃସିଂହ ବି ଏଠାରେ ପୂଜା ପାଉଛନ୍ତି। ପଟି ଦିଅଁଙ୍କ ନିକଟରେ ଆଜିଠାରୁ ଛପନ ପଉଟି ଭୋଗ ଲାଗି ହୋଇଛି।