ଓଡିଶା

୪୮ ଘଣ୍ଟା ମଧ୍ୟରେ ବାତ୍ୟା ସମ୍ଭାବନା

(ଭୁବନେଶ୍ୱର) : ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ। ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଆକଳନ କରିଛି।

ସୂଚନାନୁଯାୟୀ , ଏହାର ପ୍ରଭାବରେ ୨୮ ତାରିଖରେ କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହୋଇପାରେ। ୨୯ ତାରିଖରୁ ମଧ୍ୟ ରାଜ୍ୟରେ ଶୁଖିଲା ଓ ଖରାଟିଆ ପାଗ ଦେଖିବାକୁ ମିଳିବ। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ।

Related posts

ଏନଟିପିସି ଟାଉନ ପୁଲିସ୍ ପକ୍ଷରୁ ୧୩ହଜାର ଜୋରିମନା ଆଦାୟ

mahabharatanews

ଖରସ୍ରୋତା ନଦୀରୁ ଆଜି ଆଉ ଜଣଙ୍କର ମୃତଦେହ ଉଦ୍ଧାର

mahabharatanews

ଜୁଲାଇ ପ୍ରଥମ ସପ୍ତାହରେ ଲାଗିରହିବ ବର୍ଷା

mahabharatanews