ଓଡିଶା

ଓଡ଼ିଶା ଉପରେ ପଡ଼ିବ ନାହିଁ ବାତ୍ୟାର ପ୍ରଭାବ

ଭୁବନେଶ୍ୱର : ଭାରତୀୟ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି । ସୃଷ୍ଟ ହୋଇସାରିଥିବା ଲଘୁଚାପ ୨୧ ସୁଦ୍ଧା ଆହୁରି ଘନୀଭୂତ ହୋଇ ବାତ୍ୟା ରୂପ ନେବ। ତାପରେ ଏହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଧୀରେ ଧୀରେ ଉତ୍ତର-ପୂର୍ବ ଦିଗରେ ଗତି କରି ୨୨ ତାରିଖ ସକାଳେ ବାଂଲାଦେଶ ଓ ମିଆଁମାର ଉପକୂଳରେ ପହଞ୍ଚିବା ନେଇ ଆକଳନ କରାଯାଇଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୂଚନାଯୋଗ୍ୟ, ମାର୍ଚ୍ଚ ୧୬ ଭୋର ୩ଟା ସୁଦ୍ଧା ଏହା ଦକ୍ଷିଣ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା । ଏହା କ୍ରମଶଃ ପୂର୍ବ, ଉତ୍ତର-ପୂର୍ବ ଦିଗରେ ଗତି କରି ୧୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୦ ତାରିଖ ସୁଦ୍ଧା ଆଣ୍ଡାମାନ ଓ ନିକୋବର ଉପକୂଳରେ ଏକ ଅବପାତରେ ପରିଣତ ହୋଇ ପରଦିନ ଅର୍ଥାତ ମାର୍ଚ୍ଚ ୨୧ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ବାତ୍ୟା ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related posts

୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ ବାୟୁ

mahabharatanews

ଅଖିଳ ଭାରତୀୟ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ  

mahabharatanews

ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ନାମ ବଦଳିଲା

mahabharatanews