ଓଡିଶା

ପ୍ରବଳ ବର୍ଷା ସମ୍ଭାବନା; ୧୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଗତକାଲିର ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଂଲଗ୍ନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଉଚ୍ଚତା ଯାଏ ଲମ୍ବିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି।

ସୂଚନାନୁଯାୟୀ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି। ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ମାଲକାନଗିରି, କୋରାପୁଟ, ନବରଙ୍ଗପପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର, ‌ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ‌ଏଥିସହ ରାଜ୍ୟରେ ୮ ତାରିଖ ଯାଏ ବର୍ଷା ଜାରି ରହିବ। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି।

Related posts

୨୦ରୁ ରାଜଧାନୀରେ ମିଳିବନି କଞ୍ଚା ପରିବା

mahabharatanews

କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ୨୪ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୬

mahabharatanews

ବସନ୍ତ ପଞ୍ଚମୀ ଉପଲକ୍ଷେ ବାଲୁକା ଶିଳ୍ପୀ ବିଦ୍ୟାଦାତ୍ରୀଙ୍କ ବାଲୁକା କଳା ନିର୍ମାଣ କରିଛନ୍ତି

mahabharatanews