ଓଡିଶା

ରାଜ୍ୟରେ ଦିନତମାମ୍‌ ବର୍ଷା ଜାରି; ଅରେଞ୍ଜ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ସମାନ ଅଞ୍ଚଳରେ ଗତ ରାତି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ ଦିନତମାମ୍‌ ବର୍ଷା ଜାରି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି।  ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନ ଯଥା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡ଼‌ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ୭ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସୂଚନାନୁଯାୟୀ ,ଆସନ୍ତାକାଲି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Related posts

ସାହାଯ୍ୟ କରିବାକୁ ଯାଇ ଛାତ୍ରଙ୍କ ମୃତ୍ୟୁ

mahabharatanews

ଜଗନ୍ନାଥ ମନ୍ଦିରରେ ଅଗ୍ନିକାଣ୍ଡ: ଲୋକେ ଅ।ତଙ୍କିତ

mahabharatanews

ଅବ୍ୟବସ୍ଥା ଘେରରେ ସଂଗରୋଧ କେନ୍ଦ୍ର: ମୁହଁ ଫେରାଉଛନ୍ତି ସନ୍ଦିଗ୍ଧ

mahabharatanews