ଓଡିଶା

୧୫ ଯାଏଁ ଅତି ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି। ଆସନ୍ତା ୭୨ ଘଣ୍ଟା‌ ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ , ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ ଆଦି ଜିଲ୍ଲାର ‌ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୭ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଏଥିସହ ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଧା, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

mahabharatanews

ଓଡ଼ିଶାକୁ ହଇରାଣ କରିବାକୁ ଦିଦିଙ୍କ ନୂଆ ଚାଲ୍, ଆଳୁ ଟ୍ରକ୍ ଜଗିବାକୁ ଲଗାଇଲେ ସିସିଟିଭି

mahabharatanews

ପୁଣି ୧୬ ମୁଣ୍ଡ ନେଲା କରୋନା

mahabharatanews