ଓଡିଶା

୨୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା  

(ଭୁବନେଶ୍ୱର) :  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇଯାଇଛି। ଆଜି ଗଣେଶ ପୂଜା ଅବସରରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ‌ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ୨୦ ତାରିଖ ଦିନ ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଅନୁଗୁଳ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ସୋନପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର ବହୁ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଫଳରେ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୧ ତାରିଖ ଦିନ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷିପାରେ।

Related posts

ବ୍ରହ୍ମାଣ୍ଡ ସୁନ୍ଦରୀ ମୁକୁଟ ହାତେଇଲେ ଦକ୍ଷିଣ ଆଫ୍ରିକାର ଜୋଜିବିନୀ

mahabharatanews

ବଡ଼ ଦାଣ୍ଡରେ ପ୍ରବଳ ଭିଡ଼, ଅସାଧୁ ବ୍ୟବସାୟୀଙ୍କ ଉତ୍ପାତ

mahabharatanews

ଆସୁଛନ୍ତି ମା ; କଟକରେ ନିଶା ମୁକ୍ତ ସହ DJ ମୁକ୍ତ 

mahabharatanews