(ଭୁବନେଶ୍ୱର) : ଘୂଣ୍ଣିବଳୟ ସକ୍ରିୟ ରହିଛି। ଫଳରେ ଆଜି ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ୩ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସୂଚନାନୁଯାୟୀ, ସେହିଭଳି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୁବର୍ଣ୍ଣପୁର ଓ ସମ୍ବଲପୁର ଆଦି ଜିଲ୍ଲାରେ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୭ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।
