ଓଡିଶା

ପ୍ରବଳ ବର୍ଷା ସମ୍ଭାବନା; ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ଆଜି କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ବିସ୍ତୃତ ବର୍ଷା ହେବ।  ଏଣୁ ଏହି ୮ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଫଳରେ କୃତ୍ରିମ ବନ୍ୟା ସହ ତଳୁଆ ଅଞ୍ଚଳରେ ପାଣି ଜମି ରହିବା, ଭୂସ୍ଖଳନ, ମାଟି ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା, ନଦୀର ଜଳସ୍ତର ବୃଦ୍ଧି ଆଦି ସମସ୍ୟା ଉପୁଜିପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି।  ୧୪ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହୁଛି। ୧୫ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି।

Related posts

ଗଞ୍ଜାମ ଦାୟିତ୍ୱରେ ୨ ଅଧିକାରୀ

mahabharatanews

ଚନ୍ଦନ କାଠ ଚୋରି ଘଟଣାରେ ୪ଗିରଫ

mahabharatanews

ଜଳିଗଲା ୪୦ ଶ୍ରମିକ ସେଡ୍‌, ଅଳ୍ପକେ ବର୍ତ୍ତିଲେ ୯୬୦ ଶ୍ରମିକ

mahabharatanews