ଓଡିଶା

ଆସନ୍ତାକାଲି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଘନୀଭୂତ ହୋଇ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୨୯ ତାରିଖ ସୁଦ୍ଧା ଏକ ଅବପାତର ରୂପ ନେବ।  ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା‌ରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ମଧ୍ୟରେ ରହିବ।

ସୂଚନାନୁଯାୟୀ ,  ଏହାର ପ୍ରଭାବରେ ୨୮ ତାରିଖରେ କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମଳ ଓ ନୂଆପଡ଼ା ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହୋଇପାରେ। ଆସନ୍ତାକାଲି ପାଗ ଶୁଖିଲା ରହିବ। ୨୯ ତାରିଖରୁ ମଧ୍ୟ ରାଜ୍ୟରେ ଶୁଖିଲା ଓ ଖରାଟିଆ ପାଗ ଦେଖିବାକୁ ମିଳିବ।

Related posts

ଏଣିକି ଜଗା ଦର୍ଶନ ପାଇଁ ଦେବାକୁ ପଡ଼ିବ ଟଙ୍କା

mahabharatanews

ଜେଏସପି ବଡ଼ବିଲ, ଟେନସା ଏବଂ କାସିଆ ୟୁନିଟକୁ ମିଳିଲା “ଜାତୀୟ ମାନବସମ୍ଭଳ ପୁରସ୍କାର”

mahabharatanews

ଅଜଣା ଗାଡି ଧକ୍କାରେ ୧୨ ବସ୍ ଯାତ୍ରୀ ଆହତ

mahabharatanews