ଓଡିଶା

ଆନନ୍ଦବଜାର ବିଶୃଙ୍ଖଳା: ଅଣସୁପକାରଙ୍କ ଉପରେ ରୋକ

(ପୁରୀ) : ଶ୍ରୀମନ୍ଦିର ଆନନ୍ଦବଜାରରେ ଅଣସୁପକାରଙ୍କ ଦବଦବା ହେବ ବନ୍ଦ  । ଏଣିକି ଚଢା ଦରରେ ଅଣସୁପକାର ବିକ୍ରି କରିପାରିବେ ନାହିଁ ଅବଢ଼ା ।  ବାରମ୍ବାର ବିଶୃଙ୍ଖଳା ଓ ଭକ୍ତଙ୍କୁ ଆକ୍ରମଣ ପରେ ଶୃଙ୍ଖଳା ଆଣିବାକୁ ଅଣ୍ଟା ଭିଡ଼ିଛି ଶ୍ରୀମନ୍ଦିର ପ୍ରଶାସନ। ଏ ଉପରେ ଶ୍ରୀମନ୍ଦିର ପ୍ରଶାସନ ସହ ଦଇତାପତି ନିଯୋଗର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦବଜାର ସମ୍ପର୍କିତ ପ୍ରାୟ ୨୦ଟି ପ୍ରସଙ୍ଗରେ ଏହି ବୈଠକରେ ବିଧିବଦ୍ଧ ଆଲୋଚନା ସହ ଆବଶ୍ୟକ ନିଷ୍ପତ୍ତି ନିଆଯାଇଛି।

ସୂଚନାନୁଯାୟୀ ,  ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରିବା ପୂର୍ବରୁ ଆବଶ୍ୟକ ବିଚାରବିମର୍ଶ ଓ ସୁପାରିସ ପାଇଁ ଏକ ସବ୍‌କମିଟି ଗଠନ କରାଯାଇଛି। ଏହି କମିଟି ୭ରୁ ୧୦ ଦିନ ଭିତରେ ଆବଶ୍ୟକ ସୁପାରିସ ଶ୍ରୀମନ୍ଦିର ପ୍ରଶାସନକୁ ଲିଖିତ ଆକାରରେ ପ୍ରଦାନ କରିବା ପରେ ଏହି ଆଧାରରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନିଆଯାଇଛି।

Related posts

ଭାରସାମ୍ୟ ହରେଇ ରାସ୍ତା ତଳକୁ ଖସିଲା ମିନି ଟ୍ରକ

mahabharatanews

ଗ୍ରୀଷ୍ମକାଳୀନ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

mahabharatanews

ରେଳ ଦୁର୍ଘଟଣା : ରେଲୱେ ବୋର୍ଡ ଚେୟାରମ୍ୟାନ ଓ ମୁଖ୍ୟ ଶାସନ ସଚିବଙ୍କୁ ନୋଟିସ୍

mahabharatanews