ଓଡିଶା

ଆନନ୍ଦବଜାର ବିଶୃଙ୍ଖଳା: ଅଣସୁପକାରଙ୍କ ଉପରେ ରୋକ

(ପୁରୀ) : ଶ୍ରୀମନ୍ଦିର ଆନନ୍ଦବଜାରରେ ଅଣସୁପକାରଙ୍କ ଦବଦବା ହେବ ବନ୍ଦ  । ଏଣିକି ଚଢା ଦରରେ ଅଣସୁପକାର ବିକ୍ରି କରିପାରିବେ ନାହିଁ ଅବଢ଼ା ।  ବାରମ୍ବାର ବିଶୃଙ୍ଖଳା ଓ ଭକ୍ତଙ୍କୁ ଆକ୍ରମଣ ପରେ ଶୃଙ୍ଖଳା ଆଣିବାକୁ ଅଣ୍ଟା ଭିଡ଼ିଛି ଶ୍ରୀମନ୍ଦିର ପ୍ରଶାସନ। ଏ ଉପରେ ଶ୍ରୀମନ୍ଦିର ପ୍ରଶାସନ ସହ ଦଇତାପତି ନିଯୋଗର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦବଜାର ସମ୍ପର୍କିତ ପ୍ରାୟ ୨୦ଟି ପ୍ରସଙ୍ଗରେ ଏହି ବୈଠକରେ ବିଧିବଦ୍ଧ ଆଲୋଚନା ସହ ଆବଶ୍ୟକ ନିଷ୍ପତ୍ତି ନିଆଯାଇଛି।

ସୂଚନାନୁଯାୟୀ ,  ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରିବା ପୂର୍ବରୁ ଆବଶ୍ୟକ ବିଚାରବିମର୍ଶ ଓ ସୁପାରିସ ପାଇଁ ଏକ ସବ୍‌କମିଟି ଗଠନ କରାଯାଇଛି। ଏହି କମିଟି ୭ରୁ ୧୦ ଦିନ ଭିତରେ ଆବଶ୍ୟକ ସୁପାରିସ ଶ୍ରୀମନ୍ଦିର ପ୍ରଶାସନକୁ ଲିଖିତ ଆକାରରେ ପ୍ରଦାନ କରିବା ପରେ ଏହି ଆଧାରରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନିଆଯାଇଛି।

Related posts

ଓଡ଼ିଶା ଆସିବେ ମୋଦୀ

mahabharatanews

୧୫ରୁ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା 

mahabharatanews

କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କରୋନା ପଜିଟିଭ

mahabharatanews