(ମାଲକାନଗିରି) : ଗୋଟିଏ ପଟେ ସାରା ରାଜ୍ୟରେ ବର୍ଷା ଲାଗି ରହିଥିବା ବେଲେ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଫଳରେ ବନ୍ୟାଜଳରେ ଭାସି ଜଣଙ୍କର ପ୍ରାଣହାନି ହୋଇଛି । ମୃତକ ହେଲେ ରାସବେଡା ପଞ୍ଚାୟତ ମୁଦୁଲିଗୁଡା ଗାଁର ଘେନୁ ଚାଲାଣ । ଗତକାଲି ଜମିକୁ ଯାଇ ଆଉ ଘରକୁ ଫେରି ନ ଥିଲେ ଘେନୁ ।
ସୂଚନାନୁଯାୟୀ , ମୁଦୁଲିଗୁଡ଼ା-ମାଛାଗୁଡ଼ା ନାଳରୁ ମୃତଦେହ ଉଦ୍ଧାର ହୋଇଛି । କାଙ୍ଗୁରୁକୋଣ୍ଡା ପୋଲ ଉପରେ ଚାଲୁଛି ପାଣି । ଫଳରେ ଓଡ଼ିଶା- ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି । ଜୀତୀୟ ରାଜପଥ ଉପରେ ମଧ୍ୟ ପାଣୁ ଚାଲୁଛି । କାଙ୍ଗୋରୁକୋଣ୍ଡା ପୋଲ ଉପରେ ୧୦ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଛି । ଲଗାଣ ବର୍ଷା ଯୋଗୁଁ କାଲିମେଳା ବାହ୍ୟ ଜଗତରୁ ବିଛିନ୍ନ ହୋଇଯାଇଛି । ମାଲକାନଗିରି – ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥରେ ଥିବା ପୋଟେରୁ, କାଙ୍ଗୁରୁକୋଣ୍ଡା, ଏମଭି ୯୬ ପୋଲ ଓ କାଲିମେଳା -ପଡିଆ ମୁଖ୍ୟ ରାସ୍ତାରେ ଥିବା କନ୍ୟାଶ୍ରମ ପୋଲ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ଫଳରେ ଆନ୍ଧ୍ର, ତେଲେଙ୍ଗାନା ଓ ଛତିଶଗଡ଼ ରାଜ୍ୟକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି ।