ଭାରତ

୨ହଜାର ନୋଟ୍‌ ପ୍ରତ୍ୟାହାର ‘ବିଲିୟନ୍‌ ଡଲାର୍‌ ଧୋକା’: ମମତା ବାନାର୍ଜୀ

(କୋଲକତା) :  ଜନତାଙ୍କଠୁ ୨୦୦୦ ଟଙ୍କିଆ ନୋଟ୍‌ ପ୍ରତ୍ୟାହାର କରିନେବା ନିମନ୍ତେ କେନ୍ଦ୍ର ସରକାର ଗ୍ରହଣ କରିଥିବା ନିଷ୍ପତ୍ତିକୁ ତୀବ୍ର ସମାଲୋଚନା କରି ଶୁକ୍ରବାର ଦିନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ‘ବିଲିୟନ୍‌ ଡଲାର୍‌ ଧୋକା’ ବୋଲି କହିଛନ୍ତି।

ସୂଚନାନୁଯାୟୀ ,୨୦୧୬ରେ ବିମୁଦ୍ରିକରଣ ଯୋଗୁଁ ଜନସାଧାରଣ ଭୋଗିଥିବା ଅଭୁଲା ଦୁର୍ଦ୍ଦଶା କଥା ସ୍ମରଣ କରାଇ ମୁଖ୍ୟମନ୍ତ୍ରୀ ବାନାର୍ଜୀ ଟୁଇଟ୍‌ କରି କହିଛନ୍ତି, ଏଇଟା ୨୦୦୦ ଟଙ୍କିଆ ‘ଧମାକା’ ନୁହେଁ, ୧୦୦ କୋଟି ଭାରତୀୟଙ୍କ ପ୍ରତି ‘ବିଲିୟନ୍‌ ଡଲାର୍‌ ଧୋକା’। ଭାଇଭଉଣୀମାନେ ଜାଗ୍ରତ ହୁଅନ୍ତୁ। ବିମୁଦ୍ରିକରଣ ସମୟରେ ଭୋଗିଥିବା ଦୁର୍ଦ୍ଦଶା ଆମେ ଭୁଲିପାରିବା ନାହିଁ। ଯେଉଁମାନେ ଏ ଦୁର୍ଦ୍ଦଶାର କାରଣ ସେମାନଙ୍କୁ କ୍ଷମା ଦେବା ଅନୁଚିତ।

Related posts

ବଜେଟ ଉପସ୍ଥାପନ : ସବୁ ବର୍ଗର ବ୍ୟକ୍ତିଙ୍କୁ ଖୁସି କରିବାକୁ ଚେଷ୍ଟା କରିପାରନ୍ତି କେନ୍ଦ୍ରସରକାର

mahabharatanews

ରାଇରଙ୍ଗପୁରରୁ ରାୟସିନା

mahabharatanews

କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ 

mahabharatanews