ଅପରାଧଓଡିଶା

ଜୁଇରୁ କୁଆଁରୀ ଝିଅର ଦରପୋଡା ମାଂସ ଖାଇବାକୁ ନେଇ ଉତ୍ତେଜନା

ବାରିପଦା: ମୟୂରଭଞ୍ଜ ଜିଲାର ବନ୍ଧସାହି ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ଶବର ପୋଡା ମାଂସ ଖାଇବାକୁ ନେଇ ପରିବାର ଲୋକଙ୍କ ସମେତ ଗ୍ରାମରେ ଉତେଜନା ପ୍ରକାଶ ପାଇଥିଲା। ମାଂସ ଖାଉଥିବା ଦୁଇ ଜଣଙ୍କୁ ଗ୍ରାମବାସୀ ଅଟକ ରଖିଥିଲେ ।ଦୁଇ ଜଟଣ ହେଉଛନ୍ତି ବଡସାହି ଥାନା ଅଧୀନ ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ସିଂ(୫୮) ଓ ନରେନ୍ଦ୍ର ସିଂ(୨୫)। ସୁନ୍ଦର ମୋହନ ଗାଁରେ ଗୁଣିଆ ଭାବେ ଝଡାଫୁଙ୍କା କରନ୍ତି।

ଖବରପାଇ ପୁଲିସ ଘଟଣା ସ୍ଥଳରେ ପହଂଚି ଲୋକଙ୍କୁ ବୁଝାସୁଝା କରିବା ସହ ଥାନାକୁ ଆଣି ପଚରାଉଚୁରା ଜାରି ରଖିଛି। ସୂଚନା ଅନୁସାରେ ମଙ୍ଗଳବାର ବନ୍ଧସାହି ଗ୍ରାମର ମଧୁସ୍ମିତା ସିଂ(୨୫) ଙ୍କ ଦେହ ଅସୁସ୍ଥ ଥିବାରୁ ତାଙ୍କୁ ହସ୍ପିଟାଲ ନେଇଥିଲେ , ଡାକ୍ତର ତାଙ୍କୁ ମୃତ ଘୋସଣା କରିଥିଲେ । ପୁଲିସ ଏକ ଅପମୃତ୍ୟୁ ମାମଲା କେସ ନଂ ୪୦/୨୩ରେ ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ଡାକ୍ତରଖାନାକୁ ପଠାଯାଇଥିଲା।

ସେଠାରୁ ଶବ ବ୍ୟବଚ୍ଛେଦ ହୋଇ ଘରକୁ ଆଣିବା ପରେ ଶବ ସତ୍କାର ପାଇଁ ଗାଁ ମଶାଣୀକୁ ନେଇଥିଲେ। ଶବ ପୋଡା ଚାଲିଥିବା ସମୟରେ ଦୁଇ ଜଣ ଲୋକ ଶବର ପୋଡା ମାଂସକୁ ଆଣି ଖାଇବାକୁ ଲାଗିଥିଲେ। ଏହା ଦେଖି ପରିବାର ଲୋକେ ଉତ୍ୟକ୍ତ ହୋଇ ଦୁଇ ଜଣକୁ ଗାଁ ମୁଣ୍ଡରେ ଅଟକ ରଖିଥିଲେ । ଗାଁ ଲୋକ ଉତ୍ୟକ୍ତ ହୋଇ ମାଡ ମାରିବା ସହ ଗାମୁଛାରେ ବାନ୍ଧି ଆଣିଥିବା ମାଂସକୁ ଉଦ୍ଧାର କରିଥିଲେ। ଖବର ପାଇବା ପରେ ପୁଲିସ ଘଟଣା ସ୍ଥଳରେ ପହଂଚି ଥିଲା। ଏ ସଂକ୍ରାନ୍ତରେ ଆଇଆଇସି ସଞ୍ଜୟ କୁମାର ପରିଡା କହନ୍ତି, ଲୋକଙ୍କ ଅଭିଯୋଗକୁ ନେଇ ଦୁଇ ଜଣଙ୍କୁ ଅଟକ ରଖାଯାଇଛି। ନିଶାଶକ୍ତ ଅବସ୍ଥାରେ ଦୁଇ ଜଣ ଥିବା ବେଳେ ଘଟଣାର ତଦନ୍ତ ଜାରି ରହିଛି।

Related posts

ଶପଥ ସ୍ୱେଛାସେବୀ ଅନୁଷ୍ଠାନ ପକ୍ଷରୁ କରୋନା ସଚେତନତା

mahabharatanews

ଗତ ୨୪ ଘଣ୍ଟାରେ ଦେଶରୁ ୨୮୮ ସଂକ୍ରମିତ ଚିହ୍ନଟ 

mahabharatanews

ବଡ଼ବଡୁଆ ଡାକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର

mahabharatanews