ଅପରାଧଓଡିଶା

ମାଓବାଦୀ ସେଣ୍ଟ୍ରାଲ କ୍ୟାଡ଼ର ବିଜୟ ଏବଂ ମାଓବାଦୀ DVCM କ୍ୟାଡ଼ର ଲୋକେଶ ସଲାମେ ନିହତ

ମାଲକାନଗିରି:- ପୋଲିସ ଏନକାଉଣ୍ଟରରେ ଟଳିଲେ ଦୁଇ ଟପ କ୍ୟାଡର ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ମାନପୁର ଜିଲ୍ଲାର ମଦନବାଡା ଜଙ୍ଗଲ ରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଥିଲା । ଏଥିରେ ଜଣେ ମାଓବାଦୀ ସେଣ୍ଟ୍ରାଲ କ୍ୟାଡ଼ର ବିଜୟ ଏବଂ ମାଓବାଦୀ DVCM କ୍ୟାଡ଼ର ଲୋକେଶ ସଲାମେ ପୋଲିସ ଗୁଳିରେ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ଦୁଇଟି AK47 ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି । ତେବେ ବିଶେଷ ସୂତ୍ରରୁ ଖବରପାଇ, ଚାଇବାସା ପୋଲିସ ଓ ସିଆରପିଏଫ୍ ୨୦୯ ବାଟାଲିୟନ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ କରାଯାଇଥିଲା । ମାଓବାଦୀଙ୍କ ଟପ୍ କ୍ୟାଡ଼ର ନେତା ଅଗଷ୍ଟ ୧୫ ରେ ଏକ ବଡ଼ ଧରଣର କାଣ୍ଡ କରିବା ପାଇଁ ଏକତ୍ରିତ ହୋଇଥିବା ସୂଚନା ମିଳିଥିଲା ।

Related posts

ବାଇକକୁ ପିଟିଲା କାର, ଜଣେ ଗୁରୁତର

mahabharatanews

ବରିଷ୍ଠ ସେବାୟତ ବାଉରୀ ବନ୍ଧୁ ଦାସମହାପାତ୍ର ଆପୋଲୋ ହସ୍ପିଟାଲରେ ଚିକିତ୍ସିତ

mahabharatanews

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା

mahabharatanews